ଅଭିମନ୍ୟୁ ସାମନ୍ତସିଂହାର




ଅଭିମନ୍ୟୁ ସାମନ୍ତସିଂହାର

ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।

ଜୀବନୀ

ଅଭିମନ୍ୟୁଙ୍କ ଆଦି ଜନ୍ମସ୍ଥାନ ଜୟପୁର ଅନ୍ତର୍ଗତ ଭାବଙ୍ଗର । କେନ୍ଦ୍ରାପଡ଼ା କ୍ଷତ୍ରିୟବଂଶ ଯୋଧପୁରରୁ ଆସିଥିଲେ । ସାମନ୍ତସିଂହାର ବଂଶ ସେ ବଂଶର ଅନେକ ପରବର୍ତ୍ତୀ ବୋଲି ଅନୁମାନ କରାଯାଏ । ଏ ବଂଶ ଖୋର୍ଦ୍ଧାର ଭୋଇବଂଶୀୟ ରାଜାଙ୍କଠାରୁ ବରୁଆଂପ୍ରଗନା-ଅନ୍ତର୍ଗତ ବାଲିଆ ଜମିଦାରୀ ପ୍ରାପ୍ତ ହୋଇଥିଲେ ।

ସାମନ୍ତସିଂହାର ଉପାଧି

ସାମନ୍ତସିଂହାର ଉପାଧି କାହାଠାରୁ ପ୍ରାପ୍ତ ହୋଇଥିଲା ତାହା ନିଶ୍ଚିତରୂପେ ଜଣା ନାହିଁ । କେତେକଙ୍କ ମତେ ସେ ଅଞ୍ଚଳରେ ସେତେବେଳେ ବରପଦା ପ୍ରଭୃତି ନାମରେ ସାତ ଟପା ଥିଲା । ଏହି ସାତ ଟପାରେ ରଣସିଂହ ମହାପାତ୍ର, ଦକ୍ଷିଣରାୟ ମହାପାତ୍ର ପ୍ରଭୃତି ବିଭିନ୍ନ ରାଜୋପାଧିଧାରୀ ସାତ ସାମନ୍ତ ଥିଲେ । ଅଭିମନ୍ୟୁଙ୍କ ପୂର୍ବପୁରୁଷ ଏହି ସାମନ୍ତ ମଧ୍ୟରେ ଗଣ୍ୟ ନ ହେଉଥିଲେ ହେଁ ଏକ ସମୟରେ ସେ ବଂଶର ଜଣେ କେହି ଅପର ସାତ ସାମନ୍ତଙ୍କୁ ଗୋଟିଏ ମହା ବିପଦରୁ ବୁଦ୍ଧିବଳେ ରକ୍ଷା କରିଥିଲେ । ଏଥିରେ ସାମନ୍ତମାନେ ସନ୍ତୁଷ୍ଟ ହୋଇ 'ସାମନ୍ତସିଂହାର' ଅର୍ଥାତ୍ ସାମନ୍ତଭୂଷଣ ଉପାଧି ପ୍ରଦାନ କରିଥିଲେ । ସେହି ଉପାଧି ରାଜଦତ୍ତ ଉପାଧି ପ୍ରାୟ ସମ୍ମାନ ସହ ବଂଶପରମ୍ପରା ଚଳି ଆସୁଛି ।

ଜନନୀ ତୁଳସୀ ଦେବୀ ଉଦୟପୁର(ଲାଉଖିଆ) ଗ୍ରାମର ବିଖ୍ୟାତ ପଟ୍ଟନାୟକ ବଂଶରେ ଜନ୍ମଲାଭ କରିଥିଲେ । ସପତ୍ନୀମାନଙ୍କ ମଧ୍ୟରେ ସେ ଅଧିକ ଧର୍ମ୍ମ୍ପରାୟଣା ଥିଲେ ।


କବିଙ୍କର ଜନ୍ମ ୧୭୬୦ ମସିହା ଫେବୃଆରୀ ୨୩ତାରିଖ ଦିନ ଯାଜପୁର ଜିଲ୍ଲାର ବାଲିଆଠାରେ ହୋଇଥିଲା । ବାଲିଆ ଗ୍ରାମ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରି ଠାରୁ ଅନତିଦୁରରେ ଅବସ୍ଥିତ। ତାଙ୍କର ପିତା ଥିଲେ ଜଣେ ଅପୁତ୍ରିକ ଜମିଦାର ଇନ୍ଦ୍ରଜିତ ସାମନ୍ତ ସିଂହାର । ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଜଣେ ପଣ୍ଡିତଙ୍କ ଦେବପୂଜା ହେତୁ ଅଭିମନ୍ୟୁ ଜନ୍ମ ହେବାର ପ୍ରବାଦ ରହିଅଛି । ସେ ହି ଅଭିମନ୍ୟୁଙ୍କ ଗୁରୁ ଥିଲେ । ମାତ୍ର ୯ ବର୍ଷ ବୟସରେ ସେ ପ୍ରଥମ ପଦ୍ୟ ରଚନା କରିଥିଲେ।

“          କରମଙ୍ଗା ଗଛ ଛାଇ ଗୋ,
ମୋର ହୁଁ ଗୋ ।
କରମ ଯାହାର ସଫଳ ହୋଇବ,
କୃଷ୍ଣଙ୍କୁ ଲଭିବ ସେହି ଗୋ,
ମୋର ହୁଁ ଗୋ ।

”
— ଅଭିମନ୍ୟୁ ସାମନ୍ତସିଂହାର

ସାହିତ୍ୟ କୃତି
ବିଦଗ୍ଧ ଚିନ୍ତାମଣି
ପ୍ରେମ କଳା
ରସବତୀ
ସୁଲକ୍ଷଣା
ପ୍ରେମ ତରଙ୍ଗିଣୀ
ବାଘ ଗୀତ
ଚଢ଼େଇ ଗୀତ
ବୋଲେ ହୁଁ
ପ୍ରେମ(ପ୍ରୀତି) ଚିନ୍ତାମଣି
ବିଦଗ୍ଧ ଚିନ୍ତାମଣି ତାଙ୍କ ରଚିତ ଓଡ଼ିଆ ସାହିତ୍ୟର ଏକ ମୁଲ୍ୟବାନ ଗ୍ରନ୍ଥ । କେତେଗୋଟି ଜନପ୍ରିୟ ଛାନ୍ଦର ବିଶିଷ୍ଟ ରାଗ ନାମ ଏହି ଗ୍ରନ୍ଥରେ ଦେଖିବାକୁ ମିଳେ, ଯଥା- ଗଡ଼ମାଳିଆ, ଫୁଲତୋଳା ଇତ୍ୟାଦି । ଏଭଳି ନାମଗୁଡ଼ିକୁ କବିଙ୍କ ଶ୍ରଦ୍ଧା ନାମ କୁହାଯାଇପାରେ । ଏହି ଗ୍ରନ୍ଥରୁ ତାଙ୍କ ଜନ୍ମ ବିଷୟରେ ମଧ୍ୟ ଜାଣିହୁଏ ।

“          ଇନ୍ଦ୍ରଜିତ ଏ ଛାନ୍ଦ ଭଣାଇ
ରାଧା ଧ୍ୟାନ କରି ”
— ବାଘ ଗୀତ



“          ବାଲିଆ ବୋଲି ଯେ ଏକ ନଗର
ତହିଁ ନୃପତି ସାମନ୍ତ ସିଂହାର        ”
—ବାଘ ଗୀତ

ତାଙ୍କ ପିତା ଇନ୍ଦ୍ରଜିତ ସାମନ୍ତ ସିଂହାରଙ୍କ ସମ୍ପର୍କରେ ବି ଏଥିରେ ବର୍ଣ୍ଣିତ । ସେ ଯେ ସେଠାକାର ରାଜା ଥିଲେ ଓ ତାଙ୍କ ଲେଖାପାଇଁ ଉତ୍ସାହିତ କରିଥିଲେ ତାହା ଏଥିରେ ବର୍ଣ୍ଣିତ ।

Post a Comment

0 Comments